(ପଦ୍ମପୁର) ଗଣ ଇସ୍ତାହାର ୨୨/0୩ - ସ୍ଥାନୀୟ ଅଚଂଳ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ମୋ କଲେଜ ଅଭିଯାନ କାର୍ଯ୍ୟକ୍ରମ ର ଶୁଭାରମ୍ଭ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଭିଡିଓ କନଫ୍ରେନସ ମାଧ୍ୟମରେ ଉଚ୍ଚଶିକ୍ଷା ବିଭାଗଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମ କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ:ଅରୁଣ କୁମାର ସାହୁ, ମୋ କଲେଜ କାର୍ଯ୍ୟକ୍ରମ ର ଅଧ୍ୟକ୍ଷ ଶ୍ରୀ ଯୁକ୍ତ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ସୁରେଶ କୁମାର ମହାପାତ୍ର, ଶିକ୍ଷା ସଚିବ ଶ୍ରୀଯୁକ୍ତ ଶାଶ୍ୱତ ମିଶ୍ର ଓ ଶ୍ରୀଯୁକ୍ତ ବିଜୟ କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ମୋ କଲେଜ ଅଭିଯାନ ର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ।ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ.ଲଲିତେନ୍ଦୁ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଶତାଧିକ ପୁରାତନ ଛାତ୍ରଛାତ୍ରୀ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀ ବୃନ୍ଦ ଯୋଗଦାନ କରିଥିଲେ।
ଅଞ୍ଚଳ ମହାବିଦ୍ୟାଳୟ ରେ "ମୋ କଲେଜ ଅଭିଯାନ" ର ଶୁଭାରମ୍ଭ